ଭୁବନେଶ୍ୱର(ରାଜ୍ୟକାହାଣୀ) ବିଭିନ୍ନ ଜିଲ୍ଲା ପାଇଁ ପ୍ରଭାରୀ ମନ୍ତ୍ରୀ ନିଯୁକ୍ତ। କେଉଁ ଜିଲ୍ଲାକୁ କାହାଙ୍କ ଦାୟିତ୍ୱ ମିଳିଛି, ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୨ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ଜିଲ୍ଲା ଦାୟିତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ୧୩ଜଣ ମନ୍ତ୍ରୀଙ୍କୁ ମୋଟ ୩୦ଟି ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ କରିଛନ୍ତି ।ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।ସେହିପରି ସୁରେଶ ପୂଜାରୀଙ୍କୁ ସୁନ୍ଦରଗଡ଼ ଓ ଦେବଗଡ଼ ରବି ନାଏକଙ୍କୁ ସୋନପୁର ଓ ବଲାଙ୍ଗିର ଦାୟିତ୍ୱ ଦିଆଯାଇଛି।ସେହିପରି ନିତ୍ୟାନନ୍ଦ ଗଣ୍ଡଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର, କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଅନୁଗୁଳ ଓ ସମ୍ବଲପୁର ଦିଆଯାଇଛି। ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଗଞ୍ଜାମ ଓ ଗଜପତି, ମୁକେଶ ମହାଲିଙ୍ଗଙ୍କୁ ଝାରସୁଗୁଡ଼ା ଓ ବରଗଡ଼, ବିଭୂତି ଜେନାଙ୍କୁ ନବରଙ୍ଗପୁର ଓ ରାୟଗଡ଼ା ଦାୟିତ୍ୱ ଦିଆଯାଇଛି। ଗଣେଶରାମ ସିଂ ଖୁଂଟିଆଙ୍କୁ କଳାହାଣ୍ଡି ଓ ନୂଆପଡ଼ା,ସୂର୍ଯ୍ୟବଂଶୀ ସୂରଜଙ୍କୁ ଯାଜପୁର ଓ କେନ୍ଦ୍ରାପଡ଼ା, ପ୍ରଦୀପ ବଳ ସାମନ୍ତଙ୍କୁ ଖୋର୍ଦ୍ଧା ଓ ନୟାଗଡ଼, ଗୋକୁଳାନନ୍ଦ ମଲ୍ଲିକଙ୍କୁ କୋରାପୁଟ ଓ ମାଲକାନଗିରି, ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଢେଙ୍କାନାଳ ଓ ପୁରୀ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ନ୍ୟସ୍ତ ହୋଇଛି ।