ଭୁବନେଶ୍ୱର(ରାଜ୍ୟକାହାଣୀ) ଆସୁଛି ନୂଆବର୍ଷ । ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ମଧ୍ୟ ଚାହିଁ ବସିଛନ୍ତି ଲୋକ । ସେଥିପାଇଁ ବିଭିନ୍ନ ହୋଟେଲ, ସଂସ୍ଥା ପକ୍ଷରୁ ଏହି ଜିରୋ ନାଇଟ୍ ଆୟୋଜନ କରାଯାଇଥାଏ । ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପାଲନ ହେବ ଜିରୋ ନାଇଟ୍ ସେଲିବ୍ରେସନ୍ । ତେବେ ସେଲିବ୍ରେସନ୍ ବେଳେ ଯେପରି କୌଣସି ଅପରାଧ ନଘଟେ ତା’ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର ।ଚୋରା ମଦ ବିକ୍ରି ଉପରେ ଅବକାରୀ ବିଭାଗର ନଜର ରହିଥିବା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ଜିରୋ ନାଇଟ୍ ପାଇଁ ଦିଆଯିବନାହିଁ କୌଣସି ଅସ୍ଥାୟୀ ଲାଇସେନ୍ସ । ତେବେ ଚୋରା ମଦ ବିକ୍ରି କଲେ ସରକାର ନେବେ କଠୋର କାର୍ଯ୍ୟାନୁଷ୍ଠାନ । ଜିରୋ ନାଇଟ୍ର ଆଳ ଦେଖାଇ କେହି ଚୋରା ମଦ ବିକ୍ରି କରିପାରିବେ ନାହିଁ । ଆଗାମୀ ଜାନୁଆରୀ ଶେଷ ପର୍ଯ୍ୟନ୍ତ କଡ଼ା ଚେକିଂ ପାଇଁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।