ଭୁବନେଶ୍ୱର(ରାଜ୍ୟକାହାଣୀ) ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।ଗତ ୨୦ରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ଓ ଦ୍ୱିତୀୟ ଫେଜ ବର୍ଷା ଯୋଗୁଁ ଚାଷ କ୍ଷୟକ୍ଷତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ବୀମା କରିଥିବା ଚାଷୀଙ୍କୁ ସମୟ ପୂର୍ବରୁ ନିଜର କ୍ଷୟକ୍ଷତି ନେଇ ସରକାରଙ୍କୁ ଅବଗତ କରିବା ପାଇଁ ନିବେଦନ କରାଯାଇଛି ବୋଲି ସେ କହିଛନ୍ତି । ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ । ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ । ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ବୀମା କମ୍ପାନୀଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା କାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।