ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାବେଳେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ। ମନମୋହନ ସିଂହଙ୍କ ଶେଷକୃତ୍ୟ ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ। ସକାଳ ସାଢ଼େ ୯ଟାରେ ଏଆଇସିସି ମୁଖ୍ୟାଳୟରୁ ଶ୍ମଶାନ ପର୍ଯ୍ୟନ୍ତ ମନମୋହନ ସିଂହଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହେବ। ମନମୋହନଙ୍କ ପରଲୋକରେ ବିଶ୍ୱନେତାମାନେ ଶୋକବ୍ୟକ୍ତ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭାରତର ଆର୍ଥତ୍କ ସଂସ୍କାରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଏବଂ ଅନ୍ତର୍ଜାତୀୟ ସମ୍ପର୍କକୁ ମଜଭୁତ କରିବା ଦିଗରେ ତାଙ୍କର ପ୍ରମୁଖ ଭୂମିକା ଏଥିରୁ ପ୍ରତିଫଳିତ ହେଉଛି।