ଏଡିଆର ରିର୍ପୋଟ ଅନୁଯାୟୀ ସବୁଠୁ ଧନୀ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ ଗରିବ ମୁଖ୍ୟମନ୍ତ୍ରୀ ମମତା 

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ହେଉଛନ୍ତି ଭାରତର ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ତାଙ୍କର ୯୩୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ସେହିପରି ମାତ୍ର ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଶର ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ହୋଇଥିବା ନେଇ ସୋମବାର ନିର୍ବାଚନରେ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ସଙ୍ଗଠନ ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।ତାଙ୍କ ପଛକୁ ଧନୀ  ମୁଖ୍ୟମନ୍ତ୍ରୀ ତାଲିକାରେ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ  ପେମା ଖଣ୍ଡୁ ଦ୍ବିତୀୟ ସ୍ଥାନରେ ରହିଛନ୍ତି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ସମ୍ପତ୍ତି ତାଲିକାରେ ତୃତୀୟ ସ୍ଥାନରେ ରହିଥିବା ଜଣାପଡିଛି  ।  ୩୧ ମୁଖ୍ୟମନ୍ତ୍ରୀଙ୍କ ହାରାହାରି ସଂପତ୍ତି ୫୨.୫୯ କୋଟି ଟଙ୍କା ରହିଥିବା ଜଣାଯାଇଛି  । ଅନ୍ୟପକ୍ଷରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ବିରୋଧରେ ସର୍ବାଧିକ ଆପରାଧିକ ମାମଲା ରହିଛି ।   ସେହିପରି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ପତ୍ତି ୧କୋଟି ୯୭ଲକ୍ଷ ରହିଥିବା ଏଡିଆର ପକ୍ଷରୁ ତଥ୍ୟ ପ୍ରକାଶ କରାଯାଇଛି  ।

Leave A Reply

Your email address will not be published.

20 + 4 =