ଭୁବନେଶ୍ୱର(ରାଜ୍ୟକାହାଣୀ) ଜାନୁଆରିର ପ୍ରଥମ ସପ୍ତାହରେ ରାଜ୍ୟରେ ଶୀତ ପ୍ରକୋପ ବଢିବା ସହ ଘନ କୁହୁଡି ଦେଖାଯିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ ଆଦି ଜିଲ୍ଲାରେ ତାପମାତ୍ରା କମିବ। ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି।ଅନ୍ୟପଟେ ଘନ କୁହୁଡି ନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାନିପାଗ ବିଭାଗ । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଘନ କୁହୁଡ଼ି ଅନୁଭୂତ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।