ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି

ଭୁବନେଶ୍ୱର(ରାଜ୍ୟକାହାଣୀ)  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ମଧ୍ୟ ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘଗୁଡ଼ିକ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।

Leave A Reply

Your email address will not be published.

13 − 7 =