ଆଜିଠୁ ଯୁକ୍ତ୨ ପ୍ରାକ୍ଟିକାଲ୍‌ ପରୀକ୍ଷା

ଭୁବନେଶ୍ୱର(ରାଜ୍ୟକାହାଣୀ)  ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠୁ ପରୀକ୍ଷା ଆରମ୍ଭ ହୋଇ ଜାନୁଆରୀ ୧୨ ତାରିଖରେ ଶେଷ ହେବ । ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ ।ବିଜ୍ଞାନ ବିଭାଗରେ ସର୍ବାଧିକ ୧ଲକ୍ଷ ୨୫ ହଜାର ଏବଂ କଳା ବିଭାଗରେ ପ୍ରାୟ ୧ ଲକ୍ଷ ପରୀକ୍ଷାର୍ଥୀ ରହିଛନ୍ତି। ଜାନୁଆରି ୧୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ପରୀକ୍ଷାର ୬୦ ମାର୍କ, ୫୦ ମାର୍କ ଓ ୩୦ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ ବିଷୟ ଲାଗି ୩ଘଣ୍ଟା ଏବଂ ୧୫ ମାର୍କର ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଦୁଇ ଘଣ୍ଟା ଅବଧି ରହିଛି। ବିଜ୍ଞାନ ବିଭାଗର ୧୨ଟି, କଳା ବିଭାଗର ୮, ବାଣିଜ୍ୟ ବିଭାଗର ଦୁଇ, ଧନ୍ଦାମୂଳକ ବିଭାଗର ୧୦ରୁ ଅଧିକ ବିଷୟରେ ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପରୀକ୍ଷା ହେବ।ପ୍ରାକ୍ଟିକାଲ ପରୀକ୍ଷା ସରିବା କ୍ଷଣି ଉଚ୍ଚମାଧ୍ୟମିକ ବିଦ୍ୟାଳୟ କର୍ତ୍ତୃପକ୍ଷ ଜାନୁଆରି ୧୦ରୁ ୨୫ ତାରିଖ ମଧ୍ୟରେ ଇଣ୍ଟରନାଲ ଆସେସ୍‌ମେଣ୍ଟ ଓ ପ୍ରାକ୍ଟିକାଲ ପରୀକ୍ଷାର ମାର୍କ ସାମ୍‌ସ ପୋର୍ଟାଲରେ ଦାଖଲ କରିବେ। ପ୍ରାକ୍ଟିକାଲ୍‌ ପରୀକ୍ଷାର ଉତ୍ତରଖାତା ଓ ମାର୍କ ଫଏଲ୍‌ରେ ଏକ୍ସଟରନାଲ୍‌ ପରୀକ୍ଷକଙ୍କ ଦସ୍ତଖତ ରହିବା ବାଧ୍ୟତାମୂଳକ। ଜାନୁଆରି ୨୭ ରୁ ଫେବ୍ରୁଆରି ୪ ମଧ୍ୟରେ କଲେଜଗୁଡ଼ିକ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ ମାର୍କର ହାର୍ଡକପି ପରିଷଦ ନିକଟରେ ଦାଖଲ କରିବେ। ଧାର୍ଯ୍ୟ ସମୟ ପରେ ଆସିଥିବା ପ୍ରାକ୍ଟିକାଲ ରେକର୍ଡଗୁଡ଼ିକୁ ଗ୍ରହଣ କରାଯିବ ନାହିଁ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଯେଉଁ ସମସ୍ତ ବିଷୟରେ ପ୍ରାକ୍ଟିକାଲ ନାହିଁ ସେହି ସମସ୍ତ ବିଷୟରେ ଇଣ୍ଟରନାଲ ୨୦ ମାର୍କ ଏବଂ ଥିଓରୀ ରେ ୮୦ ମାର୍କ ହେବ ପରୀକ୍ଷା ହେବ । ଇଣ୍ଟରନାଲ, ପ୍ରାକ୍ଟିକାଲ ଓ ମେନ ପରୀକ୍ଷା ସମସ୍ତ ଷ୍ଟ୍ରିମର ସରିବାର ୪୫ ଦିନ ଭିତରେ ଫଳ ବାହାରିବ ।

Leave A Reply

Your email address will not be published.

19 − 15 =