ଚଳିତବର୍ଷ ସୂର୍ଯ୍ୟୋପରାଗ ଓ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ ତାରିଖରେ ପଡ଼ିବ

ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଶିଂକ ସୂର୍ଯ୍ୟୋପରାଗ ହେଉଥିବାବେଳେ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖାଯିବ। ସେଥିମଧ୍ୟରୁ କେବଳ ଗୋଟିଏ ପୂଣ୍ଣର୍ର୍ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ ବୋଲି ଜନବିଜ୍‌ୟାନୀ ଡ. ଶୁଭେନ୍ଧୁ ପଟ୍ଟନାୟକ ସୂଚନା ଦେଇଛନ୍ତି।ସୂଚନା ଅନୁସାରେ, ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ ରେ ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ ଆଫ୍ରିକା ଏବଂ ଉତ୍ତର ଏବଂ ଦକ୍ଷିଣ ଆଟ୍‌ଲାଣ୍ଟିକ୍‌ ମହାସାଗର ଅଞ୍ଚଳରେ ଦେଖାଯିବ। ଏହା ଭାରତରୁ ଦୃଶ୍ୟମାନ ହେବ ନାହିଁ। ଆଂଶିକ ସୂର୍ଯ୍ୟ ପରାଗ ମାର୍ଚ୍ଚ ମାସ ୨୯ ତାରିଖରେ ଉତ୍ତର ଆମେରିକା, ଗ୍ରୀନ୍‌ଲ୍ୟାଣ୍ଡ, ଆଇସ୍‌ଲ୍ୟାଣ୍ଡ, ଉତ୍ତର ଆଟ୍‌ଲାଣ୍ଟିକ୍‌ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ରୁଷରେ ଦୃଶ୍ୟମାନ ହେବ। ଏହା ମଧ୍ୟ ଭାରତରୁ ଦୃଶ୍ୟମାନ ହେବ ନାହିଁ। ବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟ ପରାଗ ସେପ୍ଟେମ୍ୱର ୨୧-୨୨ ତାରିଖରେ ନ୍ୟୁଜିଲ୍ୟାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍ଟିକାରେ ଦୃଶ୍ୟମାନ ହେବ। ଏହା ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ।ପୂର୍ଣ୍ଣଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ ଓ ୮ ତାରିଖରେ ସମଗ୍ର ଭାରତ ସହ ଏସିଆର ଅନ୍ୟ ଦେଶ ତଥା ୟୁରୋପ, ଆଣ୍ଟାର୍ଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ମଧ୍ୟ ଦୃଶ୍ୟମାନ ହେବ। ଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ରେ ରାତି ୮.୫୮ ରୁ ୨.୨୫ ପର୍ଯ୍ୟାନ୍ତ ରହିବ । ପୂର୍ଣ୍ଣଗ୍ରହଣ ରାତି ୧୦.୦୦ରୁ ରାତି ୧୨.୨୨ ଦୀର୍ଘ ୨ ଘଣ୍ଟା ୨୨ ମିନିଟ ପର୍ଯ୍ୟାନ୍ତ ଦେଖାଯିବ। ସେ ସମୟରେ ଚନ୍ଦ୍ର ସଂପୂର୍ଣ୍ଣ ରକ୍ତ ବର୍ଣ୍ଣ ଧାରଣ କରିବ ।

Leave A Reply

Your email address will not be published.

two × 2 =