ଭୁବନେଶ୍ୱର(ରାଜ୍ୟକାହାଣୀ) ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାର ରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର । ଜରୁରୀ କାଳୀନ ପରିସ୍ଥିତିରେ ଗଓଝଇ ଆଇନରେ ଗିରଫ ହୋଇଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି |