ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର(ରାଜ୍ୟକାହାଣୀ) ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ଅରବିନ୍ଦ ଡାକୁଆଙ୍କୁ ପୌର ପ୍ରଶାସନରେ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । 

ପ୍ରେମଚାନ୍ଦ ଚୌଧୁରୀଙ୍କୁ ବୟନ ଶିଳ୍ପର ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ଟି ଓ୍ୱାପଙ୍ଗ ରାଓଙ୍କ ଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱ । ଏହାସହିତ ଭୂପେନ୍ଦର ସିଂହ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ଏନ୍‌ବିଏସ୍‌ ରାଜପୁତଙ୍କୁ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନି

Leave A Reply

Your email address will not be published.

three × 1 =