ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । SDRF ଫଣ୍ଡରୁ ଚାଷୀଙ୍କୁ ସମସ୍ତ କ୍ଷତିପୂରଣ ଦିଆଯିବ । ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ମିଳିବ। ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।