ଶପଥ ନେଲେ ନୂଆ ରାଜ୍ୟପାଳ  ଡ. ହରିବାବୁ କମ୍ଭମପତି ।

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଲେ ଡ. ହରିବାବୁ କମ୍ଭମପତି । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ । ଓଡ଼ିଶାର ୨୭ ତମ ରାଜ୍ୟପାଳ ହୋଇଛନ୍ତି  ହରିବାବୁ । ଉତ୍ସବ ସମାରୋହରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ଡିଜିପି  ଅଛନ୍ତି ଉପସ୍ଥିତ ।  ସୂଚନା ଥାଉକି, ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସ ଇସ୍ତଫା ଦେବା ପରେ କେନ୍ଦ୍ର ସରକାର ଡ. କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଥିଲେ । ୭୧ ବର୍ଷିୟ ଡ. କମ୍ଭମପତି ପୂର୍ବରୁ ମିଜୋରାମ୍‌ ରାଜ୍ୟପାଳ ଥିଲେ । ଜଣେ ଇଞ୍ଜିନିୟର ଓ ଶିକ୍ଷକ ଭାବେ ସେ ବେଶ୍‌ ପରିଚିତ ।  ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୨୦୧୪ ମସିହାରେ  ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.

3 × 5 =