ଭୁବନେଶ୍ୱର(ରାଜ୍ୟକାହାଣୀ) ବିଚାରାଧିନ ଆପରାଧିକ ମାମଲାରେ ବ୍ୟକ୍ତିଙ୍କ ପାସପୋର୍ଟ ବାଜ୍ୟାପ୍ତି କରାଯିବ ନାହିଁ । ଏ ନେଇ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି । ଜଣେ ବ୍ୟକ୍ତିଙ୍କ ପାସ୍ପୋର୍ଟ ବାଜ୍ୟାପ୍ତି ନେଇ ପାସ୍ପୋର୍ଟ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଛନ୍ତି । ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି ଯେ ଆପରାଧିକ ମାମଲା ବିଚାରାଧୀନ ଥିବା କାରଣରୁ ପାସପୋର୍ଟ ପ୍ରଦାନ ବା ନବୀକରଣ କରିବା ପ୍ରସଂଗରେ ଆଇନରେ କୌଣସି କଟକଣା ନାହିଁ । ପାସ୍ପୋର୍ଟ ଆଇନର ଧାରା ୧୦(୩)ରେ ଥିବା ବ୍ୟବସ୍ଥା ବାଧ୍ୟତାମୂଳକ ନୁହେଁ, ଇଚ୍ଛାଧୀନ ।ରିପୋର୍ଟ ଅନୁସାରେ ଆବେଦନକାରୀଙ୍କ ନାଁରେ ୨୦୧୦ରେ ଜଗତସିଂହପୁର ମେରାଇନ ଥାନାରେ ଏକ ମାମଲା ରୁଜୁ ହୋଇଥିଲା । ଉକ୍ତ ବ୍ୟକ୍ତିଙ୍କ ପାସପୋର୍ଟ ବାଜ୍ୟାପ୍ତି ନେଇ ପୋଲିସ ପକ୍ଷରୁ ଆବେଦନ କରାଯାଇଥିଲା । କିନ୍ତୁ ଆବେଦନକାରୀଙ୍କ ପାସପୋର୍ଟର କାର୍ଯ୍ୟକାଳ ୨୦୨୯ ପର୍ଯ୍ୟନ୍ତ ଥିଲା ।ଉକ୍ତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ପରେ ୨୦୨୦ ଜାନୁଆରୀ ୨୭ ଓ ଏପ୍ରିଲ ୧୫ରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା ।