ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟର ସମୀକ୍ଷା କଲେ  ଅପରୀଜିତା  । 

ରେଳ ଷ୍ଟେସନ୍‌ରେ ମିଳିବ ଏୟାପୋର୍ଟର ସୁବିଧା! ଯେଉଁଥିପାଇଁ ନୂଆ ରୂପ ନେଉଛି ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ୍‌। ଯାହାର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ରେଳ ବିଭାଗର ସମସ୍ଥ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଇଷ୍ଟକୋଷ୍ଟ ରେଲଓ୍ୱେର ଜିଏମଙ୍କ ସହ ଆଲୋଚନା କରିଛନ୍ତି ଅପରାଜିତା । ଏହା ସହ ନିର୍ଦ୍ଧାରିତ ସମୟ ସୁଦ୍ଧା ନବୀକରଣ କାମ ଶେଷ କରିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଂସଦ । ଏଥିସହ ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ପୁରୁଣା ଷ୍ଟେସନରେ ଯାତ୍ରୀମାନଙ୍କର କୌଣସି ଅସୁବିଧା ନକରି ଚାଲିଥିବା ନିର୍ମାଣ କାର୍ଯ୍ୟକୁ ଖୁବ୍‌ ପ୍ରଶଂସା କରିଛନ୍ତି ସାଂସଦ।ଭୁବନେଶ୍ୱର ରେଳ ଷ୍ଟେସନର ଉନ୍ନତିକରଣ ଲାଗି ସାଧାରଣ ପ୍ରଶାସନ ବିଭାଗ ରେଳ ବିଭାଗକୁ ୧୨ ଏକରରୁ ଅଧିକ ଜମି ପ୍ରଦାନ କରିଛି । ତେବେ ଆଉ ଆବଶ୍ୟକ ଥିବା ୧ ଏକର ୨୩ ଡିସିମିଲ ଜମି ପାଇଁ ବିଡିଏକୁ ନିବେଦନ କରିଛି ଇଷ୍ଟକୋଷ୍ଟ ରେଲଓ୍ୱେ । ତାହା ମଧ୍ୟ ମିଶିଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ଅପରାଜିତା । ଏହାବାଦ୍ ରେଳ ଷ୍ଟେସନକୁ ସଂଯୋଗ କରିବା ଲାଗି ଅନ୍ୟ ଦୁଇଟି ରାସ୍ତା ଲାଗି କିଛି ଅନୁମତି ବାକି ରହିଛି । ତେବେ ବିଡିଏ ଏବଂ ଅନ୍ୟ ବିଭାଗ ସହ ଆଲୋଚନା କରି ଏହାର ସମାଧାନ କରିବାକୁ ଚେଷ୍ଟା କରିବେ ବୋଲି କହିଛନ୍ତି ଅପରାଜିତା ।ସାଂସଦ ଷଡଙ୍ଗୀ ଆହୁରି କହିଛନ୍ତି, ୨୦୨୩ ମସିହା ମାର୍ଚ୍ଚ ମାସରୁ ଆରମ୍ଭ ହୋଇଥିଲା ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ। ଯେଉଁଥିଲାଗି ୪୧୮ କୋଟି ଟଙ୍କାର ଖର୍ଚ୍ଚ ଅଟକଳ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ୨୦୦ କୋଟିରୁ ଅଧିକ ଟଙ୍କାର ଖର୍ଚ୍ଚ ସରିଲାଣି। ଆସନ୍ତା ଅଗଷ୍ଟ ମାସ ସୁଦ୍ଧା ନୂଆ ଷ୍ଟେସନ ଲୋକାର୍ପିତ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଷ୍ଟେସନ କାର୍ଯ୍ୟକ୍ଷମ ହେଲେ ଏଠାରେ ଯାତ୍ରୀ ସଂଖ୍ୟା ବଢ଼ିବ।

Leave A Reply

Your email address will not be published.

twelve + eight =