ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଆବଶ୍ୟକ – ଅର୍ଥ ବିଭାଗ

ଭୁବନେଶ୍ୱର(ରାଜ୍ୟକାହାଣୀ) ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପାଇଁ ସାଧାରଣ ଲୋକଙ୍କଠୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି ଅର୍ଥ ବିଭାଗ । ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ଏହି ମତାମତ ପଠାଇ ରାଜ୍ୟ ସରକାରଙ୍କ ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିବାକୁ ବିଭାଗ ଅନୁରୋଧ କରିଛି ।ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ୱେବ୍‌ ପୋର୍ଟାଲ ଜରିଆରେ, e-mail, WhatsApp ଓ SMS ମାଧ୍ୟମରେ ମତାମତ ସଂଗ୍ରହ କରିଥିଲେ । ବଜେଟ ସଂକ୍ରାନ୍ତୀୟ ସମସ୍ତ ଦସ୍ତାବିଜ ଏହି ପୋର୍ଟାଲରେ ଉପଲବ୍ଧ ।ଏଥିରେ ସର୍ବାଧିକ ୫୦୦ଶବ୍ଦରେ ରାଜସ୍ୱ, ବ୍ୟୟ ଓ ଅନ୍ୟାନ୍ୟ ଭଳି ୩ଟି ବର୍ଗରେ ନିଜର ମତାମତ ଦେଇହେବ । ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ସଂଘ ଓ ଅନ୍ୟାନ୍ୟ ହିତାଧିକାରୀମାନେ ନିଜର ପରାମର୍ଶଗୁଡ଼ିକୁ ଇ-ମେଲ୍ ଦ୍ୱାରା [email protected] ଠିକଣାରେ ପଠାଇପାରିବେ । ସେହିପରି ବଜେଟ୍ ସମ୍ବନ୍ଧୀୟ ମତାମତକୁ ହ୍ୱାଟସଅପ୍ ନମ୍ବର-୯୪୩୮୧୬୧୧୧୧ ଓ ଅର୍ଥ ବିଭାଗର ସୋସିଆଲ ମିଡିଆ ଆକାଉଣ୍ଟ(ଏକ୍ସ,ଫେସବୁକ, ଇନଷ୍ଟାଗ୍ରାମ) ଦ୍ୱାରା ମଧ୍ୟ ପଠାଇପାରିବେ ।

Leave A Reply

Your email address will not be published.

4 × five =