ସାତକୋଶିଆରେ ପର୍ଯ୍ୟଟକଙ୍କ ଉପରେ ଲାଗିଲା କଟକଣା । 

ଭୁବନେଶ୍ୱର(ରାଜ୍ୟକାହାଣୀ) କାଲିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ସାତକୋଶିଆ। ୬ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହେବାକୁ ଥିବାରୁ ଉଭୟ ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସାତକୋଶିଆ ମନା ରହିଛି। ୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ । ନଦୀରେ ମାଛ ଧରିବା ପାଇଁ ମସ୍ୟଜୀବୀଙ୍କୁ ମଧ୍ୟ ବାରଣ କରାଯାଇଛି । ସାତକୋଶିଆର ମହାନଦୀରେ କୁମ୍ଭୀର ଗଣନା ପାଇଁ ବନ ବିଭାଗର ୧୪ଟି ଦଳ ନିୟୋଜିତ କରିବାକୁ ଯୋଜନା ରହିଛି । ମୋଟ ୭୦ଜଣ କର୍ମଚାରୀ ନିୟୋଜିତ ରହିବେ।

Leave A Reply

Your email address will not be published.

19 + seven =