ମହାଠକ ହଂସିତାଙ୍କ ଘରେ ପଶିଲା ଆୟକର ଟିମ୍‌

ଭୁବନେଶ୍ୱର(ରାଜ୍ୟକାହାଣୀ) ନର୍ଲାରୁ ଦିଲ୍ଲୀ ଓ ପରେ ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଥିଲା ମହାଠକେଇର ମାୟାଜାଲ । ଅତି ଚତୁରତାର ସହ କୋଟି କୋଟି ଟଙ୍କାର ଚୁନା ଲଗାଉଥିଲେ । ନିଜକୁ ପତି-ପତ୍ନୀର ପରିଚୟ ଦେବା ସହ ଚଳାଇଥିଲେ ସାଂଘାତିକ ରାକେଟ୍ ଓ ଠୁଳ କରିଥିଲେ କୋଟି କୋଟି ଟଙ୍କା।  ତେବେ ଆଜି ବଣ୍ଟି ବିବଲି ଅନିଲ ମହାନ୍ତି ଓ ହଂସିକା ଅଭିଲିପ୍ସାଙ୍କ ଘରେ ଆୟକର ବିଭାଗ । ୧୨ଟି ସ୍ଥାନରେ ଏକକାଳୀନ ରେଡ ମାରୁଛି ଆଇଟି । ଘର, ଅଫିସ ସମେତ ଆକାଉଣ୍ଟ ଟ୍ରାଞ୍ଜାକ୍ସରର ଚାଲିଛି ଖୋଳତାଡ଼ । ନଗଦ ଦାମୀ ଗାଡ଼ି କିଣିଥିବା ହଂସିକାଙ୍କ ଆକାଉଣ୍ଟରୁ ମିଳିଛି ପ୍ରମାଣ ।  ଅନୀଲଙ୍କ HDFC ଓ ICICI ବ୍ୟାଙ୍କରେ ଆର୍ଥିକ କାରବାର ସମ୍ପର୍କରେ ତଦନ୍ତକାରୀ ଟିମକୁ ତଥ୍ୟ ମିଳିଛି । ହଂସିତାଙ୍କୁ ବିଜିନେସ ପାର୍ଟନର ବୋଲି ପରିଚୟ ଦେଇଥିଲେ ଅନୀଲ।

ଗୋଟିଏ ପଟେ ଆୟକର ବିଭାଗ ତଦନ୍ତ ଆରମ୍ଭ କରିଥିବା ବେଳେ ED ମଧ୍ୟ କମିଶନରେଟ ପୋଲିସକୁ ଉଭୟଙ୍କ ସମ୍ପର୍କରେ ତଥ୍ୟ ମାଗିଛି । ଅନୀଲଙ୍କ ବ୍ୟାବସାୟିକ ଲିଙ୍କରେ ଥିବା କିଛି ଲୋକଙ୍କୁ ମଧ୍ୟ ପଚାରାଉଚୁରା କରି ତଥ୍ୟ ସଂଗ୍ରହ କରିଛି ପୋଲିସ । 

Leave A Reply

Your email address will not be published.

12 + eighteen =