ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆଗାମୀ ତିନି ଦିନି ଦିନରେ ୩ ରୁ ୫ ଡିଗ୍ରୀ ଖସିବ। ଆଜି ରାତିରେ ଫୁଲବାଣୀ ଓ କୋରାପୁଟ ରେ ପାରଦ ସବୁଠୁ କମ୍ ବା ୧୧ ଡିଗ୍ରୀ ରହିବ। ଢେଙ୍କାନାଳ ଓ ରାଉରକେଲାରେ ୧୨ ଡିଗ୍ରୀ ରହିପାରେ। ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି।ଆଗାମୀ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏହାପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଡିସେମ୍ବରରେ ଦକ୍ଷିଣ ଉପଦ୍ଵୀପରେ ହୋଇଥିବା ବର୍ଷା ୨୩ ବର୍ଷରେ ସର୍ବାଧିକ ବୋଲି ଆଇଏମଡି ପକ୍ଷରୁ ସୂଚନା ମିଳିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ର ୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି, ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୮.୫, ସିମିଲିଗୁଡ଼ାରେ ୫.୯, କୋରାପୁଟରେ ୯.୪ ଓ ରାଉରକେଲାରେ ୯.୫ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ତାପମାତ୍ରା ୧୨.୭ ଡିଗ୍ରୀ ଥିବା ସୂଚନା ମିଳିଛି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ।