ଯୁକ୍ତ ଦୁଇ ପରୀକ୍ଷାରେ କପିକୁ ରୋକାଯିବା ଲାଗି ନୂଆ ପଦକ୍ଷେପ । କପି ରୋକିବା ନେଇ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ୱାଡ୍ । ବଡ଼ ଜିଲ୍ଲାରେ ୨ଟି ଓ ଛୋଟ ଜିଲ୍ଲାରେ ଗୋଟିଏ ରହିବେ ସ୍କ୍ୱାଡ୍ । ଗତ ବର୍ଷ ପରୀକ୍ଷା ମୂଳକ ଭାବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ଜିଲ୍ଲା ସ୍ତରୀୟ ସ୍କ୍ବାର୍ଡ କରି ସଫଳତା ମିଳିଥିଲା । ତାକୁ ଦୃଷ୍ଟିରେ ରଖି ଏଥର ସବୁ ଜିଲ୍ଲାରେ ସ୍କ୍ବାର୍ଡ ମୁତୟନ ହେବେ ବୋଲି କହିଛନ୍ତି ସିଏଚଏସଇ ଅଧ୍ୟକ୍ଷ ଡକ୍ଟର ପ୍ରଶାନ୍ତ ପରିଡା । ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ସମସ୍ତ ପରୀକ୍ଷା କେନ୍ଦ୍ର ଗୁଡିକରେ ସିସି ଟିଭି କ୍ୟାମେରା ଲଗାଯିବାକୁ ବ୍ୟବସ୍ଥା ହୋଇଛି।ବଡ଼ ଜିଲ୍ଲାରେ ଦୁଇଟି ଓ ଛୋଟ ଜିଲ୍ଲାରେ ଗୋଟେ ଗ୍ରୁପ ରହିବେ। ସମସ୍ତ ଖର୍ଚ୍ଚ ସିଏଚଏସଇ ବହନ କରିବ। ଏଥର କଡାକଡି ଭାବେ ଦେଖାଯିବ ଯେ ପରୀକ୍ଷାର୍ଥୀଙ୍କ ସମ୍ପର୍କୀୟ ଯେପରି ପରୀକ୍ଷା ପରିଚାଳନାରେ ରହିବେ ନାହିଁ।