ଭୁବନେଶ୍ୱର(ରାଜ୍ୟକାହାଣୀ) କିମ୍ସରେ ପ୍ରଥର ଥର ଲାଗି ସଫଳ ଅସ୍ଥି ମଜ୍ଜା ପ୍ରତିରୋପଣ (ବିଏମଟି) କରି ଓଡ଼ିଶାର ଉନ୍ନତ କର୍କଟ ଚିକିତ୍ସାରେ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି।ପାରମ୍ପରିକ ମ୍ପରିକ ଆଞ୍ଜିଓପ୍ଲାଷ୍ଟି ଦ୍ଵାରା ଚିକିତ୍ସା ହୋଇପାରୁନଥିବା କରୋନାରୀ ଓ ପେରିଫେରା ଆଥେରେକ୍ଟୋମି, ଲିଡ୍ ମ୍ୟାନେଜମେଣ୍ଟ ଭଳି ଜଟିଳ ହୃଦ୍ଯନ୍ତ୍ର ସମସ୍ୟା ଏହି ଲେଜର ମେସିନ୍ ଜରିଆରେ ଚିକିତ୍ସା ହୋଇପାରୁଛି । ଏ ନେଇ କିମ୍ସର ବରିଷ୍ଠ ହୃଦ୍ଶଲ୍ୟ ବିଶେଷଜ୍ଞ ଡା. ଅନୁପମ ଜେନା କହିଛନ୍ତି ଏହା ଦ୍ଵାରା ଆମେ ଅତ୍ୟାଧୁନିକ ହୃଦରୋଗ ଚିକିତ୍ସା ଯୋଗାଇ ଦେଇପାରୁଛୁ । ଏଭଳି ଚିକିତ୍ସା ପୂର୍ବରୁ ଆମ ରାଜ୍ୟରେ ସମ୍ଭବ ହୋଇପାରୁ ନଥିଲା । ରୋଗୀର ଆର୍ଟେରୀରେ ବ୍ଲକେଜ୍ କିମ୍ବା ପେସ୍ମକର୍ ଲିଡ ରିମୁଭାଲ ଭଳି ଜଟିଳ ପ୍ରକ୍ରିୟା ଏବେ ସହଜରେ ହୋଇପାରୁଛି । ମାତ୍ର ୨୦ରୁ ୩୦ ସେକେଣ୍ଡ ମଧ୍ୟରେ ଏହି ଲେଜର ମେସିନ୍ କମ୍ ବୟସର ରୋଗୀଙ୍କୁ ହୃଦ୍ ସମସ୍ୟାରୁ ମୁକ୍ତ କରିପାରୁଛି । ତେବେ ନୟାଗଡ଼ ଜିଲ୍ଲାରୁ କିମ୍ସରେ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କଠାରେ ସଫଳତାର ସହ ଅସ୍ଥି ମଜ୍ଜା ପ୍ରତିରୋପଣ କରାଯାଇଛି। ରୋଗୀ ଜଣକ ଏକାଧିକ ପ୍ରକାରର ମାଇଲୋମା ଭଳି ଏକ ପ୍ରକାର ରକ୍ତ କର୍କଟ ରୋଗରେ ଆକ୍ରାନ୍ତ ହୋଇଥିଲେ। ପ୍ରତିରୋପଣ ପରେ ରୋଗୀ ସଂପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି। ଏହିସହିତ ସଫଳ ଅସ୍ଥି ମଜ୍ଜା ପ୍ରତିରୋପଣ ପାଇଁ ଡାକ୍ତର ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ କିଟ୍, କିସ୍ ଓ କିମ୍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଧନ୍ୟବାଦ ଜଣାଇବା ସହ ସଂପୃକ୍ତ ରୋଗୀଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି।