ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଅଧିକାଂଶ ସ୍ଥାନରେ ଦେଖାଯାଉଛି ଘନ କୁହୁଡି । କୁହୁଡି ପାଇଁ ଯାତାୟତରେ ଅନେକ ସମସ୍ୟା ଦେଖାଯାଉଛି । ୧୦ ଜିଲାରେ କୁହୁଡି ପାଇଁ ପାଣିପାଗ ବିଭାଗ ଶନିବାର ପୂର୍ବାନୁମାନ କରିଛି । ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଝାରସୁଗୁଡ଼ା, ପୁରୀ, ସମ୍ୱଲପୁର, କଳାହାଣ୍ଡି, ଯାଜପୁର, ଭଦ୍ରକ, ଗଞ୍ଜାମ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରାଯାଇଛି।