ମେଘୁଆ ରହିବ ପାଗ, ଘନ କୁହୁଡ଼ି ପାଇଁ ୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ରାଜ୍ୟକାହାଣୀ) ଶୀତରେ ଥରୁଛି ସାରା ଓଡ଼ିଶା । ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ହେବ । ଆଗକୁ ଆହୁରି ଶୀତ ବଢ଼ିବାର ସମ୍ଭାବନା ରହିଛି । ଅନ୍ୟପଟେ ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ଶୀତ ଲହରୀ ଅନୁଭୁତ ହେବାର ସମ୍ଭାବନା ରହିଛି। ସେହିପରି ରାଜ୍ୟର କିଛି ଅଞ୍ଚଳରେ ପାଗ ମେଘୁଆ ରହିବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ସେହିପରି ଆସନ୍ତାକାଲି ଓ ଏହା ପରଦିନ ମଧ୍ୟ କିଛି ଜିଲ୍ଲାରେ ହାଲୁକା କୁହୁଡି ଦୃଶ୍ୟମାନ ହେବ । ଜିଲ୍ଲା ଗୁଡ଼ିକ ହେଉଛି ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର, ସୁନ୍ଦରଗଡ଼, କଟକ ଓ ଖୋର୍ଦ୍ଧା ।

Leave A Reply

Your email address will not be published.

16 − eight =