ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି  ୭ ଥର ମକରବୁଡ ପକାଇ ଥିଲେ। ଭୁବନେଶ୍ୱରରୁ ବିମାନରେ ଆସି ସକାଳ ୯ଟା ୪୦ ମିନିଟ୍ ରେ ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଥିଲେ । ଏହାପରେ ସେଠାରୁ କେନ୍ଦୁଝର ଦେଇ ସଡ଼କ ପଥରେ ୧୦ ଟା ୪୦ ମିନିଟ୍‌ରେ ପାଟଣାରେ ପହଞ୍ଚିଥିଲେ ।ସେଠାରେ ବୈତରଣୀ ନଦୀରେ ମୁଖ୍ୟମନ୍ତ୍ରୀ ମକର ବୁଡ଼ ପକାଇଛନ୍ତି । ଏହାପରେ ନଦୀ କୂଳରେ ଥିବା ପରମେଶ୍ଵର ମନ୍ଦିରରେ ପ୍ରଭୁଙ୍କ ଦର୍ଶନ କରିଛନ୍ତି । ସେଠାରୁ ଯାଇ ସେ ପାଟଣାର ପୁରାତନ ଆନନ୍ଦେଶ୍ୱର ମନ୍ଦିରରେ ପ୍ରଭୁଙ୍କ ଦର୍ଶନ ସହ ଜଳାଭିଷେକ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଆଜି ସ୍ଥାନୀୟ ଅଞ୍ଚଳରେ ଥିବା ଦ୍ୱାଦଶ ଜ୍ୟୋର୍ତିଲିଙ୍ଗ ମନ୍ଦିର ଦର୍ଶନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୯ ପ୍ଲାଟୁନ ପୋଲିସ ଫୋର୍ସ, ଲାଇଟ ଡିଟେକ୍ଟଟର, ଜାମର, ଡଗସ୍କ୍ବାର୍ଡ, ଭଳି କଡାସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ମାଜିଷ୍ଟ୍ରେଟ ଭାବେ ସାହାରପଡ଼ା ତହସିଲ ଦାର ରଞ୍ଜିତ ମହାନ୍ତ ନିୟୋଜିତ ରହିଛନ୍ତି।

Leave A Reply

Your email address will not be published.

eleven − nine =