ଭୁବନେଶ୍ୱର(ରାଜ୍ୟକାହାଣୀ) ପୁଣି ଲିଙ୍ଗରାଜଙ୍କ ନୀତି ବନ୍ଦ । ପବିତ୍ର ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ବନ୍ଦ ରହିଛି ନୀତି ।ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୁଏ। କିନ୍ତୁ ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ। ଯାହାକୁ ମାହାସୁଆର ନିଯୋଗ ବିରୋଧ କରିଥିଲେ। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଫଳରେ ମହାପ୍ରଭୁ ଲିଙ୍ଗରାଜଙ୍କର ଗତକାଲିଠୁ ନୀତିକାନ୍ତି ବନ୍ଦ ରହିଛି। ମହାପ୍ରଭୁ ଲିଙ୍ଗରାଜ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି। ବାରମ୍ବାର ଏପରି ମନମୁଖୀ କାର୍ଯ୍ୟ କରୁଥିବା ବେଳେ ଆଜି ସିଂହଦ୍ବାର ସମ୍ମୁଖରେ ପୂଜାପଣ୍ଡା ସର୍ବସାଧାରଣ ଦର୍ଶନ ବନ୍ଦ କରି ମିଳିତ ପ୍ରତିବାଦ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି ।