ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ ନେଲେ ଭି.ନାରାୟଣନ

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍‌ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ନାରାୟଣନ୍ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ |ଇସ୍ରୋ ଅଧ୍ୟକ୍ଷ ହେବା ପୂର୍ବରୁ ସେ ଭଲିଆମାଲାରେ ଅବସ୍ଥିତ ଲିକ୍ୱିଡ୍ ପ୍ରପଲ୍ୟୁସନ୍ ସିଷ୍ଟମ୍ ସେଣ୍ଟର (LPSC) ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରି ସାରିଛନ୍ତି। ଜିଏସଏଲଭି ଏମ୍ କେ-୩ ପାଇଁ ଆବଶ୍ୟକ ସିଇ-୨୦ କ୍ରାୟୋଜେନିକ୍ ଇଞ୍ଜିନ୍ ତିଆରିରେ ନାରାୟଣନ୍ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ।ଦେଶକୁ ଚନ୍ଦ୍ରଯାନ-୩ର ଐତିହାସିକ ସଫଳତା ଦେଇଥିବା ଇସ୍ରୋ ମୁଖ୍ୟ ଏସ୍ .ସୋମନାଥଙ୍କର ଗତକାଲି ଥିଲା ଶେଷ କାର୍ଯ୍ୟଦିବସ । ୧୪ ଜାନୁଆରୀ ୨୦୨୨ରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ  ISRO ସଫଳତାର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମିଶନକୁ କାର୍ଯ୍ୟକାରୀ କରିଛି । ଏବେ ତାଙ୍କ ସ୍ଥାନରେ ଡକ୍ଟର ଭି.ନାରାୟଣନ୍ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।

Leave A Reply

Your email address will not be published.

fifteen − one =