ଗୁଣିଗାରେଡ଼ି ସନ୍ଦେହରେ ୩ଜଣଙ୍କୁ ହତ୍ୟା ମାମଲା : ୯ ଜଣଙ୍କୁ ଫାଶୀ ବଦଳରେ ଆଜୀବନ ଜେଲ୍

ଭୁବନେଶ୍ୱର(ରାଜ୍ୟକାହାଣୀ)  ମୃତ୍ୟୁ ଦଣ୍ଡାଦେଶକୁ କୋହଳ କଲେ ହାଇକୋର୍ଟ | ୯ ଜଣଙ୍କ ମୃତ୍ୟୁ ଦଣ୍ଡାଦେଶକୁ କୋହଳ କରିଛନ୍ତି ହାଇକୋର୍ଟ |ମୃତ୍ୟୁଦଣ୍ଡ ପରିବର୍ତ୍ତେ ହାଇକୋର୍ଟ ଆଜୀବନ ଦଣ୍ଡାଦେଶ ଦେଇଛନ୍ତି | ଏହିସହିତ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଖବର ଅନୁଯାୟୀ, ୨୦୧୬ ମସିହା ସେପ୍ଟେମ୍ବର ୯ ତାରିଖରେ ରାୟଗଡା ଜିଲ୍ଲା ପୁଟାସିଂ ଥାନା କିନ୍ତୁ ଗାଁରେ ଘଟିଥିଲା ଅଘଟଣ । ଗୋଟିଏ ପରିବାରରେ ତିନି ଜଣଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରିଥିଲେ । ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ବାପା, ମା, ଏବଂ ବଡ଼ ଝିଅ ରହିଥିଲେ । ସେମାନଙ୍କୁ ପିଟି ପିଟି ହତ୍ୟା କରିଥିଲେ ଅଭିଯୁକ୍ତ । ଏହାପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା ।ଏହା ପରେ ଦୁଇ ଦିନ ପରେ ପ୍ରମାଣ ନଷ୍ଟ କରିବାକୁ ଶବ ମାଟି ତଳୁ କାଢି ପୋଡି ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା । ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପ୍ରତ୍ୟେକ ଦୃଶ୍ୟର ଜଣେ ମାତ୍ର ସାକ୍ଷୀ ରହିଥିଲେ ପୀଡିତ ପରିବାରର ସାନ ଝିଅ । ତାଙ୍କୁ ମଧ୍ୟ ଦୁଇ ଦିନ ଧରି ଗାଁର ଜଣେ ବ୍ୟକ୍ତିଙ୍କ ଘରେ ନଜରବନ୍ଦୀ କରି ରଖାଯାଇଥିଲା । କୌଶଳକ୍ରମେ ସେ ଗାଁରୁ ଖସି ଆସିବାରୁ ଘଟଣା ଲୋକଲୋଚନକୁ ଆସିଥିଲା ।  ଏହାପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ଆଉ କୋର୍ଟରେ ମାମଲାର ଶୁଣାଣି ହୋଇଥିଲା । ଏହି ଶୁଣାଣିରେ ମାନ୍ୟବର କୋର୍ଟ ୯ ଜଣ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ଶୁଣାଇଥିଲେ । ହେଲେ ପରବର୍ତ୍ତୀ ମାମଲାରେ ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏତଲା ଦାୟର ହୋଇଥିଲା । ଏହାପରେ କୋର୍ଟ ମୃତ୍ୟୁଦଣ୍ଡ ବଦଳରେ ଆଜୀବନ କାରାଦଣ୍ଡ ପାଇଁ ରାୟ ଦେଇଛନ୍ତି |

Leave A Reply

Your email address will not be published.

thirteen − 13 =