ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟ ସରକାରଙ୍କ ଟ୍ରାଇସିଟି ଯୋଜନାରେ ସାମିଲ ହେବ ପୁରୀ ସହର। ରାଜ୍ୟର ଦୁଇ ପ୍ରମୁଖ ମହାନଗର ନିଗମ ଭୁବନେଶ୍ବର ଓ କଟକ ସହ ଯୋଡ଼ିହେବ ଐତିହ୍ୟ ସହର ପୁରୀ। ପୁରୀ ସହରରେ ବେଆଇନ୍ ନିର୍ମାଣକାରୀଙ୍କ ବିରୁଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ବେଆଇନ୍ ଗୃହ ନିର୍ମାଣ ରୋକିବାକୁ ଗଠନ ହେଲା ସ୍ୱତନ୍ତ୍ର ସ୍କ୍ବାଡ । ୨୪ ଜଣ ସେନାନିବୃତ୍ତ କର୍ମଚାରୀଙ୍କୁ ନେଇ ସମୁଦାୟ ୮ଟି ଟିମ୍ ଗଠନ ହୋଇଥିବା ବେଳେ ଆଗକୁ ଶୁଣାଣି କରାଯାଇ ଉଚ୍ଛେଦ ଅଭିଯାନ ଆରମ୍ଭ ହେବ ବୋଲି କହିଛନ୍ତି ଜିଲ୍ଲାପାଳ । ଅନ୍ୟପଟେ ସହରର ୮୦ ପ୍ରତିଶତ ଜମି ମହାପ୍ରଭୁଙ୍କ ଓ ପୌରପାଳିକା ନାମରେ ଥିବାରୁ ବେଆଇନ୍ ନିର୍ମାଣ ପ୍ରସଙ୍ଗରେ ବର୍ଗୀକରଣ କରିବାକୁ ଆଇନଜୀବୀ ମାନେ ସରକାରଙ୍କୁ ଅନୁରୋଧ କରିଛନ୍ତି । ଯେଉଁମାନେ ଏନଓସି ଆଣିନାହାନ୍ତି ସେମାନଙ୍କ ବିରୋଧର ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ହୋଟେଲ ଆସୋସିଏସ ସଭାପତି। ବେଳାଭୂମି ନିକଟରେ ଆଇନ ନମାନି ଚାଲିଛି ବେଆଇନ ନିର୍ମାଣ।