ସଂସଦର ବଜେଟ୍ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହେବ ।

 ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେଉଛି ସଂସଦର ଏହି ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ନିଜର ଅଷ୍ଟମ ବଜେଟ୍ ଉପସ୍ଥାପନ କରିବେ । ସଂସଦ ବଜେଟ୍ ଅଧିବେଶନ ସମୟରେ ଫେବ୍ରୁଆରୀ ୧ରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ୍ ଉପସ୍ଥାପନ କରିବେ । ପରମ୍ପରା ଅନୁସାରେ ଅଧିବେଶନ ଆରମ୍ଭର ଜାନୁଆରୀ ୩୧ରେ ସଂସଦର ଉଭୟ ଗୃହର ସଂଯୁକ୍ତ ବୈଠକରୁ ହେବ ।  ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ। ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାପରେ ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୦ରେ ଆରମ୍ଭ ହେବ। ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଷ୍ଟଦଶ ଲୋକସଭାର ଏହା ତୃତୀୟ ଅଧିବେଶନ ହେବ । ଏହାସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଅଧିବେଶନ । ୧୮ତମ ଲୋକସଭା ନିର୍ବାଚନ ପରେ ମୋଦୀ ସରକାର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ ।

Leave A Reply

Your email address will not be published.

11 + 5 =