ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ?

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ହରିବାବୁ କମ୍ଭମପତି।ଜାତୀୟ ପତାକା ଉତ୍ତୋଳନ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଦିନ ମନ୍ତ୍ରୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ତାଲିକା ପ୍ରକାଶ କରାଯାଇଛି।ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ପୁରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଖୋର୍ଦ୍ଧାରେ ପତାକା ଉତ୍ତୋଳନ କରିବେ।

ତେବେ ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୁବର୍ନପୁର, ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ସୁନ୍ଦରଗଡ, ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କୋରାପୁଟ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଜଗତସିଂହପୁର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯାଜପୁର, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ରାୟଗଡା, ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ଗଜପତି ପତାକା ଉତ୍ତୋଳନ କରିବେ ।

ଶିଳ୍ପ ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ନୟାଗଡରେ ,କୃଷ୍ଣଚନ୍ଦ୍ର ମହାପାତ୍ର ବାଲେଶ୍ୱର, ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କେନ୍ଦୁଝର, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ନୂଆପଡା, ହସ୍ତତନ୍ତ ଏବଂ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଢେଙ୍କାନାଳ, ମତ୍ସ୍ୟ ଏବଂ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ ମାଲକାନଗିରି ପତାକା ଉତ୍ତୋଳନ କରିବେ । ତେବେ ଆରଡିସିମାନେ କେନ୍ଦ୍ରାପଡା, ବ୍ରହ୍ମପୁର ଏବଂ ରାଉରକେଲାରେ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ ବାକି ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳମାନେ ଏହି ଦାୟିତ୍ୱ ସମ୍ପାଦନ କରିବେ।

Leave A Reply

Your email address will not be published.

3 × five =