ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟ ସରକାର ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। କମିଶନରେ ଜଣେ ସଦସ୍ୟ ସଚିବଙ୍କ ସମେତ ୩ ଜଣ ସଦସ୍ୟ ରହିଛନ୍ତି। ଏଥିରେ ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ ଭୁବନେଶ୍ୱରର ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପଣ୍ଡିଚେରୀ ବିଶ୍ବବିଦ୍ୟାଳୟର ପ୍ରଫେସର ଅମରେଶ ସାମନ୍ତରାୟ ଓ ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସର ପ୍ରଫେସର ଡ. ବିଭୂପ୍ରସାଦ ନାୟକ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।କମିଶନର ସଦସ୍ୟ ସଚିବ ଭାବେ ଅର୍ଥ ବିଭାଗ ଅତିରିକ୍ତ ସଚିବ ସତ୍ୟପ୍ରିୟ ରଥ କାର୍ଯ୍ୟ କରିବେ।