ବଜେଟ୍‌ ପାଇଁ ସମସ୍ତେ ଜାନୁଆରି ୩୧ ତାରିଖ ପର୍ଯ୍ୟନ୍ତ ମତାମତ ଦେଇପାରିବେ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ ) ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍‌ ବଜେଟ୍‌ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, କୃଷି, ବ୍ୟବସାୟ ଆଦି ପ୍ରମୁଖ ଦିନରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗଣମାଧ୍ୟମକୁ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତିଦେଢ଼ ଲକ୍ଷ ନିଯୁକ୍ତି ନେଇ ସରକାର ପ୍ରତିଶ୍ରୁତି ରଖିଥିଲେ । ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ ।  ବିଶେଷକରି IT, ପେଟ୍ରୋ କେମିକାଲ୍ସ, ଆଗ୍ରୋ ଇଣ୍ଡିଷ୍ଟ୍ରିକୁ ଗୁରୁତ୍ବ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । | ତେବେ ପୂର୍ବତନ ଅର୍ଥ ମନ୍ତ୍ରୀ ଓ ଅର୍ଥ ବିଶେଷଜ୍ଞ ବଜେଟ ନେଇ ପରାମର୍ଶ ଦେଇଛନ୍ତି । ସଦସ୍ୟମାନେ ବହୁ ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଇଛନ୍ତି । ଜାନୁଆରୀ ୩୧ ପର୍ଯ୍ୟନ୍ତ ସମସ୍ତେ ମତାମତ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୦୨୪-୨୦୨୫ ବର୍ଷରେ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ହୋଇଥିବା ବେଳେ ଏଥର ପରିମାଣ ବଢିପାରେ ବୋଲି ଅନୁମାନ କରାଯାଉଛି। ଫେବୃଆରୀ ୧୩ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ ୧୭ ତାରିଖରେ ବଜେଟ ଉପସ୍ଥାପନ ହେବ।

Leave A Reply

Your email address will not be published.

3 × 2 =