ଭୁବନେଶ୍ୱର(ରାଜ୍ୟକାହାଣୀ ) ସୋମବାରଠାରୁ ଆରମ୍ଭ ହୋଇଛି ଡଲ୍ଫିନ୍ ଗଣନା। ଏହି ଗଣନା ୩ଦିନ ଧରି ଚାଲିବ। ରାଜନଗର ବନଖଣ୍ଡ ଧାମରାରୁ ଦେବୀ ମୁହାଣ ଯାଏ ଏହ ଗଣନା ଚାଲିବ। ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ଡଲଫିନ ଗଣନା ଚାଲିବ।ଗଣନା କାର୍ଯ୍ୟରେ ୯ଟି ଟିମ୍ ସାମିଲ୍ ଅଛନ୍ତି । ପ୍ରତି ଟିମ୍ ରେ ୪ରୁ ୫ଜଣ ଗଣନାକାରୀ ସାମିଲ୍ ଅଛନ୍ତି ।ମହାକାଳପଡ଼ା ଓ କନିକା ରେଞ୍ଜ ରେ ଗୋଟିଏ ଲେଖାଁଏ ଟିମ, ରାଜନଗର ଓ କୁଜଙ୍ଗ ରେଞ୍ଜରେ ୨ ଟି ଲେଖାଏଁ ଟିମ ଗଣନା କରୁଛନ୍ତି। ଗଣନା ପ୍ରକିୟାରେ ବାଇନାକୁଲର, ଜିପିଏସ, କ୍ୟାମେରା, ହାଣ୍ଡିକ୍ୟାମ ପ୍ରଭୁତି ବ୍ୟବହାର କରାଯିବ। ସେହିପରି ଚିଲିକା ଡିଭିଜନ ବନ୍ୟପ୍ରାଣୀ ବିଭାଗ (ବାଲୁଗାଁ) ପକ୍ଷରୁ ସମଗ୍ର ଚିଲିକାରେ ଡଲ୍ଫିନ୍ ଗଣନା ହୋଇଥିଲା। ଚିଲିକାରେ ଦେଖା ଯାଉଥିବା ଇରାଓ୍ବ।ଡି ( Irrawaddy ) ଡଲ୍ଫିନ୍ ଏବଂ ଚିଲିକା-ସମୁଦ୍ର ମୁହାଣରେ ଦେଖା ଦେଉଥିବା ବଟଲ-ନୋଚ ଡଲଫିନ୍ର ଗଣନା କରାଯାଇଥିଲା। ଏଥିପାଇଁ ସାତପଡ଼ା ରେଞ୍ଜରେ ୮ ଟି ଟିମ୍ ଏବଂ ବାଲୁଗାଁ ରେଞ୍ଜ ଇଲାକାରେ ୧୦ଟି ଟିମ୍ ମୋଟ୍ ୧୮ଟି ଟିମ୍ ଗଠନ ହୋଇଥିଲା।