ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) ସୁଭଦ୍ରା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ । ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ । ଯେଉଁମାନଙ୍କୁ କଲ୍‌ ଆସିଛି, ମେସେଜ୍‌ ଆସିଛି ଯାଆନ୍ତୁ ।ଏନ୍‌ପିସିଆଇ ତ୍ରୁଟି ଯୋଗୁଁ ଯୋଜନାରେ ସାମିଲ ହୋଇପାରି ନଥିବା ମହିଳାମାନେ ବ୍ୟାଙ୍କକୁ ଯାଇ ସମସ୍ୟା ଦୂର କରନ୍ତୁ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି ଯେ, ଏନ୍‌ପିସିଆଇଜନିତ ସମସ୍ୟା ପାଇଁ ଏପର୍ଯ୍ୟନ୍ତ ୩,୩୧,୦୦୦ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇପାରି ନାହାନ୍ତି।ବର୍ତ୍ତମାନ ସୁଦ୍ଧା ୧ କୋଟି ୭ ଲକ୍ଷ ୨୩ ହଜାର ୨୪୯ ସୁଭଦ୍ରା ପାଇଁ ଆବେଦନ କରିଛନ୍ତି  । ସେମାନଙ୍କ ମଧ୍ୟରୁ ୮୦ ଲକ୍ଷ ୨୯ ହଜାର ୭୪୧ ଜଣଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି । ୩ ଲକ୍ଷ ୩୧ ହଜାର ୧୮୮ ଜଣଙ୍କ ଏନ୍‌ପିସିଆଇ ଫେଲ୍‌ ହୋଇଛି । ଚତୁର୍ଥ ପର୍ୟ୍ୟାୟ ପୂର୍ବରୁ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ଶେଷ ସୁଯୋଗ । ଏହାକୁ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ  ପରିଡ଼ା । 

Leave A Reply

Your email address will not be published.

19 − 1 =