ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମା’ ହେଲା ସିମ୍ପାଞ୍ଜି ‘ଦୁର୍ଗା’

ରାଜଧାନୀ ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ‘ନନ୍ଦନକାନନ ପ୍ରାଣୀ ଉଦ୍ୟାନ’କୁ ଗୁରୁବାର ଏକ ନୂଆ ଅତିଥି ଆସିଛି। ପ୍ରଥମ ଥର  ସିମ୍ପାଞ୍ଜି ‘ଦୁର୍ଗା’ ମା’ ହୋଇଥିବା ଜଣାପଡିଛି । ଫଳରେ ସିମ୍ପାଞ୍ଜି ସଂଖ୍ୟା ୮କୁ ବୃଦ୍ଧି ପାଇଛି ।ବୁଧବାରବିଳମ୍ୱିତ ରାତିରେ ଦୁର୍ଗା ଶାବକ ଜନ୍ମ ଦେଇଥିବା ସୂଚନା ଦେଇଛନ୍ତି ନନ୍ଦନକାନନ ଉପ ନିର୍ଦ୍ଦେଶକ ସନଥ କୁମାର ନାରାୟଣ । ଦୁର୍ଗା ଓ ତାର ସନ୍ତାନକୁ ଏବେ ସ୍ବତନ୍ତ୍ର ଖୁଆଡ଼ରେ ରଖାଯାଇଛି। ମା-ଶିଶୁଙ୍କ ଉପରେ ସ୍ବତନ୍ତ୍ର ନଜର ରଖାଯାଇଛି। ରାକ୍ଷୀ ପ୍ରାପ୍ତବୟସ୍କା ହେବା ପରେ ଜୁଲୁ ସହ ମିଶିଥିଲା ଏବଂ ତା’ ପ୍ରଥମ ଗର୍ଭରୁ ଜନ୍ମ ନେଇଥିବା ମାଈ ଛୁଆ କୁଇନ୍‌ ବେଶି ଦିନ ବଞ୍ଚିପାରି ନଥିଲା। ଉଲ୍ଲେଖଯୋଗ୍ୟ ଯେ, ୨୦୨୪ ମସିହ ଡ଼ିସେମ୍ବର ୩୦ ତାରିଖରେ ସିମ୍ପାଞ୍ଜି ଜୁଲୁ ମୃତ୍ୟୁ ହୋଇସାରିଛି ।ସବୁଠାରୁ ବଡ଼ କଥା ହେଲା ଜୁଲୁର ମୃତ୍ୟୁ ପୂର୍ବରୁ ସେ ନିଜର ସ୍ମୁତି ଛାଡ଼ି ଯାଇଛି। 

Leave A Reply

Your email address will not be published.

five × three =