ଭାରତ-ପାକିସ୍ତାନ ବିବାଦ ମଧ୍ୟରେ କମିଲା ସୁନା ଦର!

ରାଜ୍ୟ କାହାଣୀ (ଭୁବନେଶ୍ୱର )ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୁରୁବାର ଅପେକ୍ଷା ଶୁକ୍ରବାର ସୁନା ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳୁଛି । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୧୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦,୧୫୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୩୦୦ ଟଙ୍କା ରହିଛି।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୦୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.

eighteen + one =