କୋଲକାତାରେ ଭୂକମ୍ପ ଝଟକା

କୋଲକାତାରେ ଭୂକମ୍ପ ଝଟକା । ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଛି । ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପ ତୀବ୍ରତା ୫.୨ ରେକର୍ଡ କରାଯାଇଛି । ସକାଳ ୧୦ଟା ୦୮ ରୁ ୧୦ଟା ୧୦ ମଧ୍ୟରେ କିଛି ସେକେଣ୍ଡ ପାଇଁ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । କୋଲକାତା, ମାଲଦା, ନଦିଆ, କୁଚବିହାର ଏବଂ ଅନ୍ୟାନ୍ୟ ଅନେକ ଜିଲ୍ଲାରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା ।ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶର ନରସିଂହଦି ଠାରୁ ୧୪ କିଲୋମିଟର ଦୂରରେ ଥିଲା। କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳର ବାସିନ୍ଦାମାନେ ଭୂକମ୍ପ ସମୟରେ ମୃଦୁ କମ୍ପନ ଅନୁଭବ କରିଥିଲେ। ଲୋକମାନେ ଘରେ ପଙ୍ଖା ଓ କାନ୍ଥରେ ଝୁଲୁଥିବା ସାମଗ୍ରୀ ସାମାନ୍ୟ ଦୋହଲୁଥିବା ଲକ୍ଷ୍ୟ କରିଥିଲେ। ତେବେ କୌଣସି ବଡ଼ ଧରଣର କ୍ଷୟକ୍ଷତିର ସୂଚନା ମିଳିନାହିଁ।

You might also like