ଓଡ଼ିଶା ଆସୁଛନ୍ତି ମହାମହିମ; ନିୟୋଜିତ ହେବେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ।
ରାଜ୍ୟ କାହାଣୀ (ଭୁବନେଶ୍ୱର )ରାଷ୍ଟ୍ରପତିଙ୍କ ଭୁବନେଶ୍ବର ଗସ୍ତ ନେଇ କମିଶନରେଟ୍ ପୋଲିସର ପ୍ରସ୍ତୁତି ଜୋରଦାର ରହିଛି। ରାଷ୍ଟ୍ରପତିଙ୍କ ଭୁବନେଶ୍ବର ଗସ୍ତ ପାଇଁ ନିୟୋଜିତ ହେବେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ। ରାଜଭବନ ସମେତ ବିଭିନ୍ନ ଟ୍ରାଫିକ୍ ପୋଷ୍ଟରେ ସୁରକ୍ଷା ବ୍ୟବସ୍ଥା ରହିବ। ଆସନ୍ତାକାଲି କମିଶରନରେଟ୍ ପୋଲିସ ପକ୍ଷରୁ କାରକେଡ୍ ରିହର୍ସଲ୍ କରାଯିବ । ଏନେଇ ସୂଚନା ଦେଲେ ଭୁବନେଶ୍ବର ଡିସିପି ଜଗମୋହନ ମୀନା ।
୮ ଜଣ ଡିସିପି ରାଙ୍କ ଅଫିସର ନିୟୋଜିତ, ୧୧ ଜଣ ଅତିରିକ୍ତ ଡିସିପି, ୩୧ ଜଣ ଏସିପି ରାଙ୍କ ଅଫିସର, ୪୪ ଇନ୍ସପେକ୍ଟର ନିୟୋଜିତ, ୧୮୦ ଜଣ ସବ ଇନ୍ସପେକ୍ଟର ନିୟୋଜିତ ହେବେ । ଆସନ୍ତା ୧୪ରେ AIIMS ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ସେନେଇ ଏମ୍ସ ଭୁବନେଶ୍ୱର ସମେତ ରାଜଭବନ ଓ ବିଭିନ୍ନ ଟ୍ରାଫିକ ପୋଷ୍ଟ ଓ ନାକା ଅଞ୍ଚଳରେ ପୋଲିସ ଫୋର୍ସ ନିୟୋଜିତ ରହିବେ ବୋଲି ଡିସିପି ଜଗମୋହନ ମୀନା କହିଛନ୍ତି । ଏଥି ସହ ରାଷ୍ଟ୍ରପତି ଜୁଲାଇ ୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।