ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍।

ରାଜ୍ୟ କାହାଣୀ (ଭୁବନେଶ୍ୱର )ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ। ଏନେଇ ସୂଚନା ଜାରି କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ କଲେଜ ହେବ।ଏପରିକି ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର ଏବଂ ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ହେବା ସହ ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

You might also like