ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପଛରେ ପଡ଼ିଯାଇଛି ମୟୂରଭଞ୍ଜ ଜିଲ୍ଲା। ଆୟତନରେ ବଡ଼ ହେଲେ ବି ତାଲିକାରେ ପଛରେ ରହିଛି ଏହି ଜିଲ୍ଲା। ଏପରି ରିପୋର୍ଟ ପ୍ରକାଶ ପାଇବା ପରେ ଆକ୍ସନ ମୁଡକୁ ଆସି କଠୋର ପଦକ୍ଷେପ ନେଇଛନ୍ତି ଜିଲ୍ଲାପାଳ। ଜଣେ ଅଧେ ନୁହେଁ ବରଂ ଏକାଥରେ ୮୪୩ ସରକାରୀ ଅଧିକାରୀ ଙ୍କ ଦରମା ବନ୍ଦ ପାଇଁ ପ୍ରତି ବ୍ଲକ କୁ ଚିଠି କରିଛନ୍ତି ମୟୂରଭଞ୍ଜ ଜିଲାପାଳ ହେମକାନ୍ତ ସୟ।ଜିଲ୍ଲାରେ ଗ୍ରାମ୍ୟ ଗୃହ ନିର୍ମାଣ କାର୍ଯ୍ୟରେ ଟ୍ୟାଗିଂ ପାଇଁ ୧୦୧୬ଜଣ କର୍ମଚାରୀ ନିୟୋଜିତ ଅଛନ୍ତି। ଯେଉଁଥିରୁ ୧୭୩ଜଣ ନିଜ କାମ ଠିକ୍ ଭାବେ ତୁଲାଉଥିବା ବେଳେ ଅନ୍ୟ ୮୪୩ ଜଣଙ୍କ କାର୍ଯ୍ୟ ସନ୍ତୋଷ ଜନକ ନାହିଁ । ମନିଟରିଙ୍ଗ ଅଭାବରୁ ୬୩ ପ୍ରତିଶତ ଘର ଏବେହି ଅଧପନ୍ତାରିଆ ହେଇପଡ଼ିଛି । ଫଳରେ ସରକାରୀ ଯୋଜନାର ସୁଫଳ ପାଇପାରୁନାହାନ୍ତି ହିତାଧିକାରୀ । ଯାହାକୁ ନେଇ କଠୋର ହୋଇଛନ୍ତି ଜିଲ୍ଲାପାଳ ହେମାକାନ୍ତ ସୟା । କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ, ଦରମା ବନ୍ଦ ହେବ ବୋଲି ଚିଠିରେ ସ୍ପଷ୍ଟ ଭାବେ ଉଲ୍ଲେଖ ହୋଇଛି ।ଦରମା ବନ୍ଦ ଥିବା ଅଧିକାରୀଙ୍କ ମଧ୍ୟରେ ଜେଇ, ସହକାରୀ ଯନ୍ତ୍ରୀ, ଅଧିକ୍ଷଣ ଯନ୍ତ୍ରୀ, ପିଇଓ, ଏଡିଓ, କମ୍ପ୍ୟୁଟର ଅପରେଟର ପ୍ରମୁଖ ସାମିଲ ଅଛନ୍ତି। ଆଗକୁ ଦୀପାବଳି ଥିବା ବେଳେ ଅନେକ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଜିଲ୍ଲାରେ ଚର୍ଚ୍ଚା।