ଇସ୍କନ ପକ୍ଷରୁ ଅଦିନିଆ ରଥଯାତ୍ରାର ଆୟୋଜନ ପ୍ରସଙ୍ଗ । 

ଭୁବନେଶ୍ୱର(ରାଜ୍ୟକାହାଣୀ)ଆଗାମୀ ୯ ତାରିଖରେ ଆମେରିକାର ହ୍ୟୁଷ୍ଟନ ସହରରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା କରିବା ଜିଦ୍‌ରେ ଅଟଳ ରହିଛି ଇସ୍କନ। ସେମାନଙ୍କର ଏଭଳି ଶାସ୍ତ୍ର ଓ ପରମ୍ପରା ବିରୋଧୀ ନିଷ୍ପତ୍ତି ବିରୋଧରେ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। କୋଟି କୋଟି ହିନ୍ଦୁଙ୍କ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ଆମେରିକାରେ ରହୁଥିବା ପ୍ରବାସୀ ଓଡ଼ିଆ ଦାବି କରିଛନ୍ତି। ଇସ୍କନର ଏଭଳି ଶାସ୍ତ୍ର ବିରୋଧୀ କାର‌୍ୟ୍ୟ ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ଓଡ଼ିଆ ଅସ୍ମିତାର ପରିପନ୍ଥୀ ବୋଲି ସେମାନେ କହିଛନ୍ତି।  ତେବେ ପ୍ରେସ୍‌ମିଟ୍‌  କରି ନିଜର କ୍ଷୋଭ ପ୍ରକାଶ କଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ । ଭୁବନେଶ୍ୱରରେ ଆୟୋଜିତ ପ୍ରେସ୍‌ମିଟ୍‌ରେ ଗଜପତି କହିଛନ୍ତି ଯେ, ୧୯୭୭ ମସିହାରେ ପ୍ରଥମ ଥର ପାଇଁ ଇସ୍କନ ଅଦିନିଆ ରଥାଯାତ୍ରାର ଆୟୋଜନ କରିଥିଲା । ଯାହା କାଲିଫର୍ଣ୍ଣିଆ ସହରରେ ଅନୁଷ୍ଠିତ ହୋଇଥିଲେ । ପରେ ପରେ ପର୍ଯ୍ୟାୟକ୍ରମେ ବିଶ୍ୱର ବିଭିନ୍ନ ସହରରେ ଅଦିନିଆ ରଥଯାତ୍ରା ଏବଂ ବିଭିନ୍ନ ପର୍ବପର୍ବାଣୀର ଆୟୋଜନ କରିଆସୁଛନ୍ତି । ଯାହାକି ଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ଉଲ୍ଲଂଘନ ହେଉଛି ।ଏହାକୁ ବନ୍ଦ କରିବାକୁ ଆମେ ଇସ୍କନ ପ୍ରଶାସନ ସହିତ ଆଲୋଚନ କରିଥିଲୁ । କିନ୍ତୁ କିଛି ସୁଫଳ ହେଲା ନାହିଁ । 

Leave A Reply

Your email address will not be published.

1 × one =