ଭୁବନେଶ୍ୱର(ରାଜ୍ୟକାହାଣୀ) ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର। ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭାବରେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵର, ଖୋର୍ଦ୍ଧା, ପୁରୀର ୬ଟି ସ୍ଥାନରେ ଚଢାଉ ଚାଲିଛି। ରାତି ୪ଟାରୁ ଚଢାଉ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ମୋଟ୍ ସମ୍ପତ୍ତି ସମ୍ପର୍କରେ କୌଣସି ସବିଶେଷ ତଥ୍ୟ ମିଳିନି। ସୂଚନା ଅନୁସାରେ ଗତ ୪ ମାସ ମଧ୍ୟରେ ୭ ଜଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି ।