ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ଭୁବନେଶ୍ୱର(ରାଜ୍ୟକାହାଣୀ)ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହରିହର ବେଶ ।  ଅବକାଶ ନୀତି ପରେ ହରିହର ବେଶରେ ସଜିତ କରାଯିବ ।  ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି ।  ଦୀପାବଳି ଅମାବାସ୍ୟା ପରଠୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ,  ସେହିଦିନ ମହାପ୍ରଭୁଙ୍କର ହରିହର ବେଶ ହେବାର ବିଧି ରହିଛି ।କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି।‌

Leave A Reply

Your email address will not be published.

13 − 7 =