ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ଭୁବନେଶ୍ୱର(ରାଜ୍ୟକାହାଣୀ) ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଆଜି ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର ।  ରାତି ୩ଟା ରୁ ପହଡ଼ ଖୋଲାଯାଇ ବାବାଙ୍କୁ ୧୦୮ ଗରା ସୁବାସୀତ ଜଳରେ ସ୍ନାନ କରାଯାଇ ଆଳତୀ ମଙ୍ଗଳ ଆଳତୀ ଘିଅରେ ଅଭିଶେକ କରାଯାଇଛି। ଏହାପରେ ବାଳଭୋଗ, ଖେଚୁଡ଼ି ଭୋଗ ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା।ହଜାର ହଜାର ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ବରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ। ସୁରକ୍ଷା ସହ ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ । ସେପଟେ  ଆଜି ପଞ୍ଚୁକର ଦ୍ୱାଦଶୀ ତିଥିରେ ଭକ୍ତ ମାନେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚୁକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଗହଳି ଲାଗି ରହିଛି। 

ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। 

Leave A Reply

Your email address will not be published.

four + four =