ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ୨୦ ତାରିଖରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ। ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟସ୍ତରୀୟ କୃଷକ ସମାବେଶରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ । ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ଜରିଆରେ ପ୍ରଦାନ କରାଯିବ । ଏଥିସହିତ ଜିଲ୍ଲାପାଳ ଚାହିଁଲେ ଟୋକନ ସମୟ ସୀମାକୁ ୭ ଦିନ ବୃଦ୍ଧି କରିପାରିବେ ଏବଂ ବାହାର ରାଜ୍ୟର ଧାନକୁ ରୋକିବାକୁ ସୀମାବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂ ହେବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା । ଚାଷୀମାନଙ୍କୁ ଟୋକେନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା ।