ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ।

ଭୁବନେଶ୍ୱର(ରାଜ୍ୟକାହାଣୀ)ଆରପାରିରେ ସମୀର ଦେ’ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । 67 ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ।ଗତ କିଛିଦିନ ଧରି ସେ ଅସୁସ୍ଥ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କଟକର ଘରୋଇ ହସ୍ପିଟାଲରେ ତାଙ୍କର ଟ୍ରିଟମେଣ୍ଟ ହେଉଥିଲା । ଏମିତିକି ଗତ ଶୁକ୍ରବାର ତାଙ୍କୁ ମେଡ଼ିକାଲରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ । ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଡେପୁଟି ସିଏମ ପ୍ରଭାତୀ ପରିଡା ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ବିଷୟରେ ପଚାରିବା ସହିତ ଆଶୁ ଆରୋଗ୍ୟ କାମନା କରିଥିଲେ ।

Leave A Reply

Your email address will not be published.

ten − one =