ଅଙ୍ଗନବାଡି କର୍ମୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର(ରାଜ୍ୟକାହାଣୀ)ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍‌ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ । ଏଥିପାଇଁ ସମସ୍ତଙ୍କର ଆବେଦନ ପତ୍ର ଯାଞ୍ଚ ସରିଛି  । ପାଖାପାଖି ୨୦ ଲକ୍ଷ ମହିଳାକୁ ଏଥିରେ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା । ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍‌ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସଂଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଆସନ୍ତା ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ସୁଭଦ୍ରା ଆବେଦନାକୀରଙ୍କ ସଂଖ୍ୟା । ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ଗୋଟିଏ ମୋବାଇଲ୍‌ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି । ଡିସେମ୍ବରରେ ପୁଣି ମିଳିବ ଚତୁର୍ଥ ପର୍ଯ୍ୟାୟ ଟଙ୍କା ।

Leave A Reply

Your email address will not be published.

13 + 7 =