ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ବାତ୍ୟା ପଙ୍ଗୋଲ । ଗଭୀର ଅବପାତର ରୂପରେ ୬ ଘଣ୍ଟା ହେଲା ୮ କିଲୋମିଟର ବେଗରେ ଗତି କରୁଛି । ତେବେ ଆସନ୍ତା ୨୮ ଓ ୨୯ରେ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ।୨୮ରେ କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇପାରେ। ୨୯ରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଆସନ୍ତା ଦୁଇ ଦିନ ଭିତରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିପାରେ । ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୨୦ କିଲୋମିଟର ଦୂରରେ ରହିଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।