ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭାରତ ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡିଶାକୁ ଫାଇଦା । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି, ଓଡିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଦେବେ ଏକ ନୂଆ ପରିଚୟ । ଶୁଳ୍କ ହ୍ରାସ ଯୋଗୁଁ ଆମେରିକା ବଜାରରେ ଓଡିଶା ଖାଦ୍ୟର ଚାହିଦା ବଢିବ ।ଓଡ଼ିଶାର ଚିଙ୍ଗୁଡ଼ି, ମାଛ ଓ ସାମୁଦ୍ରିକ ଖାଦ୍ୟର ଚାହିଦା ବୃଦ୍ଧି ପାଇବ। ଆମ ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀ ଓ ଚାଷୀମାନଙ୍କ ଆୟ ବଢିବ। ଓଡ଼ିଶା ‘ବ୍ଲୁ-ଇକୋନୋମି’ର ଏକ ପ୍ରମୁଖ କେନ୍ଦ୍ର ପାଲଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ହସ୍ତତନ୍ତ ହେଉ କିମ୍ବା ଆଧୁନିକ ରେଡିମେଡ ପୋଷାକ ସବୁଠି ପହଞ୍ଚିବ। ଟାରିଫ୍ କୋହଳ ହେବା କାରଣରୁ ରପ୍ତାନି ସହଜ ହେବ। ବୁଣାକାର ଓ ହସ୍ତତନ୍ତ ଶିଳ୍ପୀଙ୍କ ପାଇଁ ରୋଜଗାରର ନୂଆ ପଥ ଉନ୍ମୁକ୍ତ କରିବ। ବିଶ୍ୱ ଦରବାରରେ ଓଡ଼ିଶାର ପାରମ୍ପରିକ ପୋଷାକ ଏକ ନୂଆ ଟ୍ରେଣ୍ଡ ସୃଷ୍ଟି କରିବ। ସମ୍ବଲପୁରୀ ଓ ଅନ୍ୟାନ୍ୟ ହସ୍ତତନ୍ତ ଆମେରିକା ବଜାରରେ ପ୍ରବେଶ ସହଜ ହେବ। ସୂଚନାମୁତାବକ ନିକଟରେ ଭାରତ-ଆମେରିକା ମଧ୍ୟରେ ନୂଆ ଟ୍ରେଡ୍ ଡିଲ୍ ହୋଇଛି । ଯେଉଁଥିରେ ୧୮ ପ୍ରତିଶତରେ ଶୁକ୍ଲ ଲାଗୁ କରିବାକୁ ଆମେରିକା ସରକାର ରାଜି ହୋଇଛନ୍ତି । ତେବେ ଭାରତ ଓ ଆମେରିକା ମଧ୍ୟରେ ହୋଇଥିବା ଏହି ନୂଆ ଟ୍ରେଡ୍ ଡିଲ୍ ପରେ ଓଡ଼ିଶାକୁ ଜବରଦସ୍ତ ଫାଇଦା ହେବ ।