୩ ଦିନ ପରେ ରାଜ୍ୟରେ ବଢିବ ଶୀତ, ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

ଭୁବନେଶ୍ୱର(ରାଜ୍ୟକାହାଣୀ) ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍‌ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।ବର୍ଷା କମିବା ପରେ ଆକ୍ତାମାକ୍ତା କରିବ ଘନ କୁହୁଡି । ୨୩ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହିବ । ପଶ୍ଚିମା ଝଡ଼ ପ୍ରଭାବରେ ନୂଆ ବର୍ଷ ପର୍ଯ୍ୟନ୍ତ ମେଘୁଆ ପାଗ ରହିବା ସହ ୩ ଦିନ ପରେ ରାଜ୍ୟରେ ଶୀତ ବଢିବ । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଦିନ ଏବଂ ରାତିର ତାପମାତ୍ରା କମିବ ବୋଲି ଆକଳନ କରାଯାଇଛି ।

Leave A Reply

Your email address will not be published.

nineteen − nine =